﻿ପ୍ରଥମ ବଂଶାବଳୀ.
25.
ଆହୁରି ଆସଫର ଓ ହେମନର ଓ ଯିଦୂଥୂନ୍‍‍ର ସନ୍ତାନଗଣ ମଧ୍ୟରୁ ଦାଉଦ ଓ ସେନାପତିମାନେ କେତେକଙ୍କୁ ବୀଣା, ନେବଲ ଓ କରତାଳ ଦ୍ୱାରା ଭବିଷ୍ୟଦ୍‍ବାକ୍ୟ ପ୍ରଚାରର ସେବାକାର୍ଯ୍ୟ ନିମନ୍ତେ ପୃଥକ କଲେ; ପୁଣି, ଆପଣା ଆପଣା ସେବାନୁସାରେ କର୍ମକାରୀମାନଙ୍କ ସଂଖ୍ୟା ଏହି। 
ଆସଫର ସନ୍ତାନମାନଙ୍କ କଥା; ଆସଫର ସନ୍ତାନ ସକ୍କୁର ଓ ଯୋଷେଫ ଓ ନଥନୀୟ ଓ ଅସାରେଲ; ଏମାନେ ଆସଫର ହସ୍ତାଧୀନରେ ରାଜାଜ୍ଞାନୁସାରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ। 
ଯିଦୂଥୂନ୍‍‍ର କଥା; ଯିଦୂଥୂନ୍‍‍ର ସନ୍ତାନ ଗଦଲୀୟ ଓ ସରୀ ଓ ଯିଶାଇୟ, ହଶବୀୟ ଓ ମତ୍ତଥୀୟ, ଛଅ ଜଣ; ଏମାନେ ଆପଣାମାନଙ୍କ ପିତା ଯିଦୂଥୂନ୍‍‍ର ହସ୍ତାଧୀନରେ ବୀଣା ଦ୍ୱାରା ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ। 
ହେମନର କଥା; ହେମନର ସନ୍ତାନ ବୁକ୍କୀୟ, ମତ୍ତନୀୟ, ଉଷୀୟେଲ, ଶବୂୟେଲ ଓ ଯିରେମୋତ୍‍, ହନାନୀୟ, ହନାନି, ଇଲୀୟାଥା, ଗିଦ୍ଦଲ୍‍ତି ଓ ରୋମାମ୍‍ତି-ଏଷର୍‍, ଯଶ୍‍ବକାଶା, ମଲ୍ଲୋଥି, ହୋଥୀର୍‍, ମହସୀୟୋତ୍‍; 
ଏସମସ୍ତେ ଶୃଙ୍ଗଧ୍ୱନି କରିବା ନିମନ୍ତେ ପରମେଶ୍ୱରଙ୍କ ବାକ୍ୟ ବିଷୟରେ ରାଜାଙ୍କର ଦର୍ଶକ ହେମନର ପୁତ୍ର ଥିଲେ। ପରମେଶ୍ୱର ହେମନକୁ ଚଉଦ ପୁତ୍ର ଓ ତିନି କନ୍ୟା ଦେଲେ। 
ଏସମସ୍ତେ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟାର୍ଥେ କରତାଳ, ନେବଲ ଓ ବୀଣା ଦ୍ୱାରା ସଦାପ୍ରଭୁଙ୍କ ଗୃହରେ ଗାନ କରିବା ପାଇଁ ଆପଣାମାନଙ୍କ ପିତାଙ୍କ ହସ୍ତାଧୀନରେ ଥିଲେ; ଆସଫ, ଯିଦୂଥୂନ୍‍ ଓ ହେମନ ରାଜାଜ୍ଞାଧୀନ ଥିଲେ। 
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନକାର୍ଯ୍ୟରେ ଶିକ୍ଷିତ ଓ ନିପୁଣ ଏସମସ୍ତେ ଓ ଏମାନଙ୍କ ଭ୍ରାତୃଗଣ ସଂଖ୍ୟାରେ ଦୁଇ ଶହ ଅଠାଶୀ ଜଣ ଥିଲେ। 
ଏଉତ୍ତାରେ ସେମାନେ ସାନ ବଡ଼, ଶିକ୍ଷକ, ଛାତ୍ର, ସମସ୍ତଙ୍କ ରକ୍ଷଣୀୟ ନିମନ୍ତେ ସମାନ ରୂପେ ଗୁଲିବାଣ୍ଟ କଲେ। 
ତହୁଁ ଆସଫ ନିମନ୍ତେ ଯୋଷେଫ ପକ୍ଷରେ ପ୍ରଥମ ବାଣ୍ଟ ଉଠିଲା; ଦ୍ୱିତୀୟ ଗଦଲୀୟ ପକ୍ଷରେ; ସେ ଓ ତାହାର ଭ୍ରାତା ଓ ପୁତ୍ରମାନେ ବାର ଜଣ ଥିଲେ। 
ତୃତୀୟ ସକ୍କୁର ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ। 
ଚତୁର୍ଥ ଯିଷ୍ରି ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 
ପଞ୍ଚମ ନଥନୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ। 
ଷଷ୍ଠ ବୁକ୍କୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ। 
ସପ୍ତମ ଯିଶାରେଲା ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ। 
ଅଷ୍ଟମ ଯିଶାୟାହ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 
ନବମ ମତ୍ତନୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ। 
ଦଶମ ଶିମୀୟି ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 
ଏକାଦଶ ଅସରେଲ୍‍ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 
ଦ୍ୱାଦଶ ହଶବୀୟ ପକ୍ଷରେ ଉଠିଲା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 
ତ୍ରୟୋଦଶ ପାଇଁ ଶବୂୟେଲ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 
ଚତୁର୍ଦ୍ଦଶ ପାଇଁ ମତ୍ତଥୀୟ, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 
ପଞ୍ଚଦଶ ପାଇଁ ଯେରେମୋତ୍‍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 
ଷୋଡ଼ଶ ପାଇଁ ହନାନୀୟ, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 
ସପ୍ତଦଶ ପାଇଁ ଯଶ୍‍ବକାଶା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 
ଅଷ୍ଟାଦଶ ପାଇଁ ହନାନି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 
ଊନବିଂଶ ପାଇଁ ମଲ୍ଲୋଥି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 
ବିଂଶ ପାଇଁ ଇଲୀୟାଥା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 
ଏକବିଂଶ ପାଇଁ ହୋଥୀର୍‍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 
ଦ୍ୱାବିଂଶ ପାଇଁ ଗିଦ୍ଦଲ୍‍ତି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 
ତ୍ରୟୋବିଂଶ ପାଇଁ ମହସୀୟୋତ୍‍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ; 
ଚତୁର୍ବିଂଶ ପାଇଁ ରୋମାମ୍‍ତି-ଏଷର୍‍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ ଗୁଲିବାଣ୍ଟରେ ଉଠିଲେ। 
