﻿ଗୀତସଂହିତା.
121.
ଆରୋହଣ ଗୀତ। ମୁଁ ପର୍ବତଗଣ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରିବି; କେଉଁଠାରୁ ମୋହର ସାହାଯ୍ୟ ଆସିବ? 
ମୋହର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସେ, ସେ ଆକାଶ ଓ ପୃଥିବୀ ନିର୍ମାଣ କଲେ। 
ସେ ତୁମ୍ଭ ଚରଣକୁ ବିଚଳିତ ହେବାକୁ ଦେବେ ନାହିଁ; ଯେ ତୁମ୍ଭକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ। 
ଦେଖ, ଯେ ଇସ୍ରାଏଲକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ କି ନିଦ୍ରା ଯିବେ ନାହିଁ। 
ସଦାପ୍ରଭୁ ତୁମ୍ଭର ରକ୍ଷକ; ସଦାପ୍ରଭୁ ତୁମ୍ଭ ଦକ୍ଷିଣ ପାର୍ଶ୍ୱର ଛାୟା। 
ଦିବସରେ ସୂର୍ଯ୍ୟ, କିଅବା ରାତ୍ରିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରିବ ନାହିଁ। 
ସଦାପ୍ରଭୁ ସମସ୍ତ ଅମଙ୍ଗଳରୁ ତୁମ୍ଭକୁ ରକ୍ଷା କରିବେ; ସେ ତୁମ୍ଭର ପ୍ରାଣକୁ ରକ୍ଷା କରିବେ। 
ଆଜିଠାରୁ ସଦାକାଳ ସଦାପ୍ରଭୁ ତୁମ୍ଭର ବାହାରେ ଯିବାର ଓ ଭିତରେ ଆସିବାର ରକ୍ଷା କରିବେ। 
